Proizvod vam ne odgovara? Nema veze! Proizvode možete vratiti do 30 dana
S poklon bonom ne možete pogriješiti. Za poklon bon primatelj može odabrati bilo što iz naše ponude.
Do 30 dana za povrat
ଏକ ଶତ (୧୦୦) ଟି ଓଡ଼ିଆ ଫିଲ୍ମ ଭକ୍ତି ସଙ୍ଗୀତ ସଂଗୃହୀତ ହୋଇ ଏହି ସଙ୍କଳନରେ ଉପସ୍ଥାପିତ କରାଯାଇଛି । ଏଥିରୁ ଗୋଟିଏ ଦୁଇଟିକୁ ବାଦ ଦେଲେ, ବାକି ସମସ୍ତ ଭକ୍ତି ସଙ୍ଗୀତ ୧୯୬୧ ରୁ ୧୯୯୦ ମଧ୍ୟରେ ନିର୍ମିତ ଓଡ଼ିଆ ଚଳଚ୍ଚିତ୍ର ମାନଙ୍କରୁ ଉଦ୍ଧୃତ ହୋଇଛି । ୧୯୬୧ ରୁ ୧୯୯୦ - ଏହି ୩୦ ବର୍ଷ ଓଡ଼ିଆ ଚଳଚ୍ଚିତ୍ର ପାଇଁ ଏକ୍ଟକ୍ଷୟରଦ୍ଭ ଋକ୍ସବ ବା ସୁବର୍ଣ୍ଣ ଯୁଗ ଥିଲା କହିଲେ ଅତ୍ୟୁକ୍ତି ହେବ ନାହିଁ । ଏହି ସମୟ ସୀମାରେ - କାହାଣୀ, ଅଭିନୟ, ନିର୍ଦ୍ଦେଶନା ଓ ସଙ୍ଗୀତ - ପ୍ରତିଟି ବିଭାଗରେ ଓଡ଼ିଆ ଚଳଚ୍ଚିତ୍ର ପରାକାଷ୍ଠାର ଚରମ ସୋପାନରେ ଉତ୍ତୀର୍ଣ୍ଣ ହୋଇଥିଲା । ତେଣୁ କହିବା ବାହୁଲ୍ୟ ଯେ ଏହି ଚଳଚ୍ଚିତ୍ର ମାନଙ୍କର ଭକ୍ତି ସଙ୍ଗୀତ ମଧ୍ୟ ଖୁବ ହୃଦୟସ୍ପର୍ଶୀ ହୋଇଥିଲା । ପରିବେଷଣ ଶୈଳୀ ଅନୁସାରେ ଚଳଚ୍ଚିତ୍ର ଭକ୍ତି ସଙ୍ଗୀତ ଗୁଡିକ ମୁଖ୍ୟତଃ ତିନିଟି ଶ୍ରେଣୀରେ ବିଭକ୍ତ କରା ଯାଇପାରେ । ପ୍ରଥମ ଶ୍ରେଣୀରେ ଅନ୍ତର୍ଭୁକ୍ତ ହେଉଛନ୍ତି ସେହି ଭକ୍ତିଗୀତ ଯାହାର ରଚନା ଓ ସ୍ୱର ପରିବେଷଣ ଉଭୟ ପାରମ୍ପରିକ ଶୈଳୀରେ ହୋଇଛି - ଯଥା - ଭଜୁ କିନା ରାମ ନାମ (କନକଲତା - ୧୯୭୪), ବାଧିଲା ଜାଣି କ୍ଷମା (ମୁକ୍ତି - ୧୯୭୭) । ଦ୍ୱିତୀୟ ଶ୍ରେଣୀରେ ଗୃହୀତ ହୋଇଥିବା ଭକ୍ତି ଗୀତ ଗୁଡିକର ରଚନା ପାରମ୍ପରିକ, କିନ୍ତୁ ସ୍ୱର ନୂତନ ଶୈଳୀରେ ପ୍ରସ୍ତୁତ ହୋଇଛି - ଉଦାହରଣ ସ୍ୱରୂପ: ବିଶ୍ୱ ଜୀବନ ହେ (ଅସ୍ତରାଗ - ୧୯୮୨), ଆହେ ଦୟାମୟ ବିଶ୍ୱ ବିହାରୀ (ବଳିଦାନ - ୧୯୭୮) । କିଛି ପାରମ୍ପରିକ ଗୀତର କିୟଦଂଶ ଚଳଚ୍ଚିତ୍ରରେ ପ୍ରଦର୍ଶିତ ହୋଇଥିବା ସତ୍ତ୍ୱେ ଭଜନ ଗୁଡିକ ଏ ପୁସ୍ତକରେ ସମ୍ପୂର୍ଣ୍ଣ ଭାବେ ପ୍ରକାଶିତ କରାଗଲା । ପରିଶେଷରେ ତୃତୀୟ ଶ୍ରେଣୀରେ ଥିବା ଭକ୍ତିଗୀତର ରଚନା ହେଉଛି ନୂତନ ଓ ପରିବେଷଣ ଶୈଳୀ ମଧ୍ୟ ନୂତନ - ଉଦାହରଣ - ସଞ୍ଜ ସକାଳେ ତୁମ ଛବି ଖୋଜେ (ସ୍ତ୍ରୀ - ୧୯୬୮), ଜଗତର ନାଥ ଆହେ ଜଗନ୍ନାଥ (ଚିହ୍ନା ଅଚିହ୍ନା - ୧୯୭୯) । ଏହି ସଙ୍କଳନର ଅଧିକାଂଶ ଗୀତ ଏହି ଶେଷ ଶ୍ରେଣୀଭୁକ୍ତ ।
Dobar dan! Ja sam Libroamiko, vaš književni savjetnik.
Kako vam mogu pomoći?